Search
Close this search box.

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ୱର, ୨୧/୦୩: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କର ଶୁକ୍ରବାର ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ୱର୍ଗତ ଦେବେନ୍ଦ୍ର ଶର୍ମା କର୍କଟ ରୋଗରେ ପୀଡ଼ିତ ଥିଲେ ଏବଂ ଗତ କିଛି ଦିନ ହେବ ସେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା।ଦେବେନ୍ଦ୍ର ଶର୍ମା ୨୦୧୪ରେ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Bichitra Dunia
Author: Bichitra Dunia

Leave a Comment